ମାଡ଼ି ଆସୁଛି ଘୁର୍ଣ୍ଣିବଳୟ ଆସନ୍ତା 5 ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ, IMD ଡିଜି ଦେଲେ ସୂଚନା, ଏଠି ଅଧିକ…

ନମସ୍କାର ବନ୍ଧୁଗଣ ଏବେ ଏବେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆସିଲା ବଡ଼ ଖବର। ଆସନ୍ତା ୨୪ ଘଣ୍ଟାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷାର ଆଶଙ୍କା ରହିଛି। ୫ ଦିନ ଯାଏଁ ଲାଗି ରହିବ ବର୍ଷାର ପ୍ରଭାବ। ତେବେ କଣ ରହିଛି ପାଣିପାଗ ବିଭାଗ ସଂପୂର୍ଣ୍ଣ ବିବରଣୀ ଆସନ୍ତୁ ଜାଣିବା।

ମୌସୁମୀ ଜନିତ ନିମ୍ନ ଚାପରୁ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଏହାର ଆଖପାଖ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ୧.୫ କିଲୋମିଟର ଯାଏଁ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଘୂର୍ଣ୍ଣିବଳୟ ପ୍ରଭାବରେ ବିଶେଷ କରି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ମୟୂରଭଞ୍ଜ, ରାୟଗଡ଼ା, ଗଞ୍ଜାମ, ଗଜପତି ଏବଂ କଳାହାଣ୍ଡି ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଏହି ସବୁ ଜିଲ୍ଲା ଗୁଡ଼ିକ ପାଇଁ ପାଣିପାଗ ବିଭାଗ ୟେଲ୍ଲୋ ୱାର୍ଣ୍ଣିଂ ଜାରୀ କରୁଛି। ସେହିପରି ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ଥିବାରୁ କୋରାପୁଟ, ଗଜପତି, ରାୟଗଡ଼ା, ଗଞ୍ଜାମ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ଝାରସୁଗୁଡ଼ା, କେନ୍ଦୁଝର, ସୁନ୍ଦରଗଡ଼, ମୟୂରଭଞ୍ଜ, କନ୍ଧମାଳ, ବରଗଡ଼, ସମ୍ବଲପୁର, ବଲାଙ୍ଗୀର ଓ ଦେବଗଡ଼ ଆଦି ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲ୍ଲୋ ୱାର୍ଣ୍ଣିଂ ଜାରୀ ହୋଇଛି।

ତେବେ ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଜୁଳି ଘଡଘଡିର ପ୍ରଭାବ ରହିବ। ସେହିପରି ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଅଗଷ୍ଟ ୧୬ ଏବଂ ୧୭ ତାରିଖ ଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

ଏହାଛଡା ୧୫ ତାରିଖ ପରେ ବଙ୍ଗୋପ ସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ ଆଉ ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ଓ ବର୍ଷା ମଧ୍ୟ ଫେରିବ ଏହାକୁ ନେଇ IMD DG ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ଜୁନ ୧ ରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୨୪ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି। କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କୋରାପୁଟରେ ନିଅଣ୍ଟିଆ ବର୍ଷା ନାହିଁ। ତେବେ ଭଦ୍ରକ, ଯାଜପୁର, କେନ୍ଦୁଝର,ବାଲେଶ୍ଵର, କଳାହାଣ୍ଡିରେ ବର୍ଷା ନିଅଣ୍ଟିଆ ରହିଛି।

ତେବେ ଅଗଷ୍ଟ ମାସରେ ସମସ୍ତ ୩୦ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି। ତେବେ ଅଗଷ୍ଟ ୧୫ ପର୍ଯ୍ୟନ୍ତ ରାଜ୍ୟରେ ଏମିତି ନିଅଣ୍ଟିଆ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ଯାହାକି ୧୫ ତାରିଖରେ ପୁଣି ବଙ୍ଗୋପ ସାଗରରେ ସୃଷ୍ଟି ହେବ ଲଘୁଚାପ ଯାହାର ପ୍ରଭାବରେ ନିଅଣ୍ଟିଆ ବର୍ଷା ଭରଣ ହେବ ବୋଲି ସୂଚନା ମିଳିଛି।